ନା ଅର୍ଥ ଅଛି ନା ସ୍ୱାର୍ଥ ଅଛି
ବ୍ୟର୍ଥତା ସଂପର୍କେ ଗହଣା ସାଜିଛି..।।
ନା ଆଶା ଅଛି ନା ଦିଶା ଅଛି
ନିରାଶାରେ ପ୍ରାଣ ଅଟକି ଯାଇଛି…।।
ନା ଉର୍ଜା ଅଛି ନା ରଶ୍ମି ଅଛି
ଅହଂ ଧୂଆଁରେ ସବୁ ଝାପସା ଦିଶୁଛି…।।
ନା ଧର୍ମ ଅଛି ନା କର୍ମ ଅଛି
ନିଜର ମର୍ମକୁ ଦୂରେଇ ଦେଇଛି..।।
ନା ତୁ ଅଛି ନା ମୁଁ ଅଛି
କିନ୍ତୁ, ମୁଁ ତୁ ରେ ସବୁ ଅଟକି ଯାଇଛି…।।
Nov 14th 2019 23:53pm
ମୁକୁନ୍ଦ ଦେବ